ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ, ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ

ଭୁବନେଶ୍ୱର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାରେ ପୁଣି ୧୩ ଜଣଙ୍କ ଜୀବନ ନେଲା କରୋନା। ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ ଜଣ, ବାଲେଶ୍ବର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫,୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୬୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦ ହଜାର ୨୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫,୦୧୮୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published. Required fields are marked *