୧୩ ଜିଲ୍ଲା ପାଇଁ ସତର୍କ ଘଣ୍ଟି ! ୨୪ ଘଣ୍ଟା ଭିତରେ ରାଜ୍ୟର ୧୩ ଜିଲ୍ଲାକୁ ବଜ୍ରପାତ ବିପଦ
ଭୁବନେଶ୍ୱର:-ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ୧୫ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପରୋକ୍ତ ୧୩ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ବିଶେଷ ଭାବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ବାଲେଶ୍ୱର ପ୍ରମୁଖ ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ।










