ଓଡ଼ିଶାରେ କରୋନା ନେଲା ଆଉ ୧୪ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି

ଭୁବନେଶ୍ୱର;- ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭,୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୩୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧ ହଜାର ୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୮୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୬,୯୨୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published. Required fields are marked *