ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ : ମୃତ୍ୟୁ ସଂଖ୍ୟା ୧୯୬କୁ ବୃଦ୍ଧି

ଭୁବନେଶ୍ୱର:- ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୦ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟର ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୩ ଜଣ ଲୋଖାଏଁ, ବାଲେଶ୍ବର, ପୁରୀ,ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮,୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩ ହଜାର ୦୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯,୨୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published. Required fields are marked *