ବର୍ଷା ଓ ବଜ୍ରପାତ ବିପଦ ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମା, ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଭୁବନେଶ୍ୱର:-୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଏବଂ ଦେବଗଡ଼ ଭଳି ଜିଲ୍ଲା ଗୁଡ଼ିକ ରହିଛି ।ସେପଟେ କୋରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କାଟାଗୋରୀରେ ରଖିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *