ରାଜ୍ୟରେ ୧୦କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି

ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଜିଲ୍ଲା ଦୁଇ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *