ରାଜ୍ୟରେ ଆଖିବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି

ଭୁବନେଶ୍ୱର;- ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୨୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଉ ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *