ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି

ଭୁବନେଶ୍ବର:- ରାଜ୍ୟରେ  । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ବରଗଡ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭଦ୍ରକ ଜିଲ୍ଲାର ଜଣେ ୩୦ ବର୍ଷ ବୟସ୍କା ମହିଳା ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୩୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କା ମହିଳା, ଜଣେ ୫୮ ବର୍ଷ ବୟସ୍କ ପୁରୁଷ, ଜଣେ ୫୦ ବର୍ଷ ବୟସ୍କ ପୁରୁଷ, ଜଣେ ୪୨ ବର୍ଷ ବୟସ୍କ ପୁରୁଷ । ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୩୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୭୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୬୨୪୬୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *