ରାଜ୍ୟରେ ଆଜି ୧୯୨୭ ଜଣ ବ୍ୟକ୍ତି କରୋନା ସଂକ୍ରମଣରୁ ସୁସ୍ଥ

ଭୁବନେଶ୍ୱର:-ଆଜି ପୁଣି ରଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଆଜି ୧୯୨୭ ଜଣ ବ୍ୟକ୍ତି କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଇଟ୍ କରି ସୂଚନା ଦେଇଛି । ନୂଆ ସୁସ୍ଥଙ୍କ ପରେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୫୦ ହଜାର ୫୦୩ରେ ପହଞ୍ଚିଛି । ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧାରୁ ସର୍ବାରଧିକ ୨୪୬ ରୋଗୀ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସେହିଭଳି ୧୯୦ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହି ଦୁଇ ଜିଲ୍ଲା ଉଭୟ ସଂକ୍ରମଣ ଓ ସୁସ୍ଥ ସଂଖ୍ୟା ଅନ୍ୟ ରାଜ୍ୟ ତୁଳନାରେ ଯଥେଷ୍ଟ ଆଗରେ ରହିଛି ।ସେହିଭଳି ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧, ଢ଼େଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗିରରୁ ୭୫, ଯାଜପୁରରୁ ୭୪, ବାଲେଶ୍ୱରରୁ ୭୦, ମାଲକାନାଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦, ଭଦ୍ରକରୁ ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡିରୁ ୨୧, ସମ୍ବଲପୁରରୁ ୨୧, କେନ୍ଦ୍ରାରାପଡ଼ାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡ଼ାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬, ଅନୁଗୁଳରୁ ୫ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *