ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୯ ଆକ୍ରାନ୍ତ
ଭୁବନେଶ୍ୱର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୮୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଓଡିଶାରେ ୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରେ କଟକରୁ ୩ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନରେ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୫୮୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୦୫୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୯୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୩୩୮୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।