ରାଜ୍ୟରେ ସର୍ବାଧିକ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି
ଭୁବନେଶ୍ବର :-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୩୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୯୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୮୫୧୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।