ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି

ଭୁବନେଶ୍ବର :- ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *