ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୨ଟି ଗେଟ୍, ଜଳସ୍ତର ରହିଛି ୬୨୦ ଫୁଟ୍

ସମ୍ବଲପୁର:–ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଫଳରେ ପୁଣି ଦୁଇଟି ଗେଟ୍ ଖୋଲାଯାଇଛି । ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୦ ଫୁଟ୍ ।

ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାର କର୍ତ୍ତୃପକ୍ଷ ଦେଇଥିବା ତଥ୍ୟ ଅନୁସାରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୭୯ ହଜାର ୯୦୨ ଘନ ଫୁଟ୍ ଜଳ ପ୍ରବେଶ କରୁଛି । ସେହିପରି ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୯ ହଜାର ୯୭୪ ଘନଫୁଟ୍ ଜଳ ନିଷ୍କାସିତ ହେଉଛି ।

ତଳମୁଣ୍ଡର କେବଳ ଖଇରମାଲକୁ ଛାଡିଦେଲେ ମୁଣ୍ଡଳୀ, ବାରମୂଳ, ପଥର୍ଲା, ବେଲଗାଁ ସବୁଠି ନଦୀ ଫୁଲୁଛି ।

Leave a Reply

Your email address will not be published. Required fields are marked *