କରୋନା ନେଲା ୧୪ ଜୀବନ: ମୃତ୍ୟୁସଂଖ୍ୟା ୪୭୦କୁ ବୃଦ୍ଧି

ଭୁବନେଶ୍ବର :-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୨୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଆଜି ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଓଡିଶାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ସଂପୃକ୍ତ ୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭ ହଜାର ୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୯,୫୭୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭ ହଜାର ୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬,୭୦,୯୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published. Required fields are marked *