ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି
ଭୁବନେଶ୍ବର :-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୧୭୮୯୪୩୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।